ଯୁବ ଦିବସରେ ଶୋଭାଯାତ୍ରା

ପୁରୀ ,୧୨।୧: ସ୍ବାମୀ ବିବେକାନନ୍ଦଙ୍କ ଜୟନ୍ତୀ ଅବସରରେ ଶୁକ୍ରବାର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ରାଷ୍ଟ୍ରୀୟ ଯୁବ ଦିବସ ପାଳିତ ହୋଇଯାଇଛି। ରାଷ୍ଟ୍ରୀୟ ସ୍ବାଭିମାନ ମଞ୍ଚ ପକ୍ଷରୁ ଶ୍ରୀରାମକୃଷ୍ଣ ମିଶନଠାରୁ ଏକ ବିଶାଳ ଶୋଭାଯାତ୍ରା ବାହାରି ନଗର ପରିକ୍ରମା କରିଥିଲା। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସ୍କୁଲ, କଲେଜ ଏବଂ ଏନ୍‌ଏସ୍‌ଏସ୍‌ ସ୍ବେଚ୍ଛାସେବୀ ସଂଗଠନର କର୍ମକର୍ତ୍ତା ଯୋଗ ଦେଇଥିଲେ। ସେହିପରି ବେଦକର୍ମ କାଣ୍ଡ ମହାବିଦ୍ୟାଳୟର ଶତାଧିକ ଛାତ୍ରୀଛାତ୍ର, ଭାରତ ବିକାଶ ପରିଷଦ ଏବଂ ଜିଲା ଭାଜପା ପକ୍ଷରୁ ଶୋଭାଯାତ୍ରା କରାଯାଇଥିଲା। ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ପକ୍ଷରୁ ଜୟନ୍ତୀ ଉପଲକ୍ଷେ ବିଶେଷ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିବା ବେଳେ ଦି ସିନର୍ଜି ଟ୍ରଷ୍ଟ ପକ୍ଷରୁ ରାଷ୍ଟ୍ରୀୟ ଯୁବ ଦିବସ ପାଳନ କରାଯାଇଥିଲା। ଏଥିସହ ବିଭିନ୍ନ ସ୍କୁଲ, କଲେଜ, ବିଶ୍ୱବିଦ୍ୟାଳୟରେ ଯୁବ ଦିବସ ପାଳନ କରାଯିବା ସହ ବିବେକାନନ୍ଦଙ୍କ ଜୀବନୀ ଉପରେ ଆଲୋକପାତ କରାଯାଇଥିଲା।

Comments