ଭୁବନେଶ୍ୱର, ତା. ୨୪/୦୬: ଗତ କାଲି ରାଜ୍ୟ କାର୍ଯ୍ୟାଳୟରେ ନବନିର୍ବାଚିତ ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଥିଲା । କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ସୁଶ୍ରୀ ସରୋଜ ପାଣ୍ଡେଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ବିଜେପିର ସମସ୍ତ ବିଧାୟକମାନେ ଉପସ୍ଥିତ ଥିଲେ । ବୈଠକରେ ହୋଇଥିବା ନିଷ୍ପତି ଅନୁସାରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଅମିତ ଶାହା ଆଜି ଶ୍ରୀ ପ୍ରଦୀପ୍ତ କୁମାର ନାଏକଙ୍କୁ ବିଜେପି ବିଧାୟକ ଦଳ ନେତା ଭାବେ ଘୋଷଣା କରିଛନ୍ତି ବୋଲି ରାଷ୍ଟ୍ରୀୟ ସାଧାରଣ ସଂପାଦକ ଓ ରାଜ୍ୟ ପ୍ରଭାରୀ ଶ୍ରୀ ଅରୁଣ ସିଂ ପ୍ରେସ ବିଜ୍ଞପ୍ତି ଜରିଆରେ ଜଣାଇଛନ୍ତି ।
Comments
Post a Comment