ରାଷ୍ଟ୍ରୀୟ ସ୍ୱୟଂ ସେବକ ସଙ୍ଘ ଆନୁକୁଲ୍ୟରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ



କେନ୍ଦ୍ରାପଡ଼ା: କେନ୍ଦ୍ରାପଡା ଜିଲ୍ଲା ରାଷ୍ଟ୍ରୀୟ ସ୍ୱୟଂ ସେବକ ସଙ୍ଘ ଆନୁକୁଲ୍ୟରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଗୁରୁବାର ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସାନ୍ତସାହି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଏକ ସଭା ଜିଲ୍ଲା ସଙ୍ଘ ଚାଳକ ନିହାର ରଞ୍ଜନ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ବରିଷ୍ଠ ଆଇନଜୀବି କୁଳମଣୀ ଦାସ ମୁଖ୍ୟ ଅତିଥି ଓ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଙ୍ଘର ପୂର୍ବପ୍ରାନ୍ତ ବୈାଦ୍ଧିକ ପ୍ରମୁଖ ତନ୍ମୟ ପ୍ରସାଦ ମହାପାତ୍ର ମୁଖ୍ୟବକ୍ତା ଭାବେ ଯୋଗଦେଇ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଦେଶର ସ୍ୱାଧୀନତା ପାଇଁ ଜୀବନବ୍ୟାପି ସଂଗ୍ରାମ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୀବନାଦର୍ଶ ସମ୍ପର୍କରେ ଆଲୋକପାତ କରିଥିଲେ । ଜିଲ୍ଲା କାର୍ଯ୍ୟବାହ ବିରଂଚି ନାରାୟଣ ମହାପାତ୍ର ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଏହି ଅବସରରେ ଅପରାହ୍ନ ୨ଟା ସମୟରେ ସାନ୍ତସାହି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ନିକଟରୁ ଶତାଧିକ ସ୍ୱୟଂ ସେବକମାନେ ଗଣବେଶରେ ଏକ ଶୋଭାଯାତ୍ରାରେ ବାହାରି କେନ୍ଦ୍ରାପଡା ବ୍ଲକ ରୋଡ ଦେଇ ଇଛାପୁର ଓ ସେଠାରୁ ସହରର ମୁଖ୍ୟରାସ୍ତା ଦେଇ ପୁନର୍ବାର ଶିଶୁ ବିଦ୍ୟାମନ୍ଦିର ପର୍ଯ୍ୟନ୍ତ ପଥ ସଂଚାଳନ କରି ଫେରି ଆସିଥିଲେ ।

Comments