ପୁରୀ: ଚଳିତବର୍ଷ ସୁରୁଖୁରୁରେ ରଥଯାତ୍ରା ସମ୍ପନ୍ନ ହୋଇଥିବାରୁ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀ ସମସ୍ତଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି । ବିନା ଭକ୍ତରେ ରଥଯାତ୍ରା ହୋଇଥିବା ନେଇ ଶଙ୍କରାଚାର୍ଯ୍ୟ ପ୍ରଶଂସା କରିଛନ୍ତି । ରଥଯାତ୍ରାରେ ଜଡ଼ିତ ଥିବା ସମସ୍ତ ବ୍ୟକ୍ତିବିଶେଷଙ୍କୁ ମଧ୍ୟ ଶଙ୍କରାଚାର୍ଯ୍ୟ ପ୍ରଶଂସା କରିଛନ୍ତି । ସମୟୋଚିତ ପଦକ୍ଷେପ ଯୋଗୁଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ମଧ୍ୟ ଶଙ୍କରାଚାର୍ଯ୍ୟ ପ୍ରଶଂସା କରିଛନ୍ତି । ସଠିକ୍ ସମୟରେ ନିର୍ଣ୍ଣାୟକ ନିଷ୍ପତ୍ତି ନେଇଥିବାରୁ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏବଂ ଅନ୍ୟ ବିଚାରପତିମାନଙ୍କୁ ସେ ସାଧୁବାଦ ଜଣାଇଛନ୍ତି । ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ଗଜପତି ଓ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ମଧ୍ୟ ଲୋକଙ୍କୁ ଉତ୍ସାହିତ କରିଛି ବୋଲି ଶଙ୍କରାଚାର୍ଯ୍ୟ କହିଛନ୍ତି । ସେହିପରି ଜିଲ୍ଲା ଓ ଶ୍ରୀମନ୍ଦିର ପ୍ରଶାସନକୁ ସାଧୁବାଦ ଜଣାଇଛନ୍ତି ।
Comments
Post a Comment