ଭୁବନେଶ୍ୱର,: ରାଜ୍ୟର ବିଭିନ୍ନ ଜିଲ୍ଲାରେ ଦେଖାଦେଇଥିବା ବନ୍ୟା ପରିସ୍ଥିତିରେ ନିଜକୁ ସୁରକ୍ଷିତ ରଖିବା ପାଇଁ ବନ୍ୟା ଆଶ୍ରୟସ୍ଥଳ କିମ୍ବା ଉଚ୍ଚା ସ୍ଥାନରେ ଆଶ୍ରୟ ନେବାକୁ ଜନସାଧାରଣଙ୍କୁ ରାଜ୍ୟ ସଭାପତି ସମୀର ମହାନ୍ତି ନିବେଦନ କରିଛନ୍ତି । ଶ୍ରୀ ମହାନ୍ତି କହିଛନ୍ତି ଯେ, ଚଳିତ ବନ୍ୟାରେ ରାଜ୍ୟର ଅନେକ ସ୍ଥାନରେ ଘାଇ ସୃଷ୍ଟି ହୋଇଛି । ବନ୍ୟା ଯୋଗୁଁ ଲକ୍ଷ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି । ଏହାଦ୍ୱାରା ଅନେକ ଧନଜୀବନ କ୍ଷତି ହୋଇଛି । ବନ୍ୟା ପ୍ରପୀଡିତ ଲୋକଙ୍କୁ ଶୁଖିଲା ଖାଦ୍ୟ, ପାଣି, ଔଷଧ ଆଦି ଯୋଗାଇବା କାର୍ଯ୍ୟରେ ନିଜକୁ ନିୟୋଜିତ କରିବା ପାଇଁ କାର୍ଯ୍ୟକର୍ତାମାନଙ୍କୁ ଶ୍ରୀ ମହାନ୍ତି ଆହ୍ୱାନ ଦେଇଛନ୍ତି । ରାଜ୍ୟର ଜଳମଗ୍ନ ହୋଇଥିବା ଅଂଚଳରେ ପ୍ରଶାସନ ପହଂଚି ବନ୍ୟା ପ୍ରପୀଡିତ ଲୋକଙ୍କୁ ଉଦ୍ଧାର କରି ସେମାନଙ୍କ ପାଖରେ ରିଲିଫ ସାମଗ୍ରୀ ପହଂଚାଇବାର ବ୍ୟବସ୍ଥା କରୁ । ଅନ୍ୟପଟେ କ୍ଷତିଗସ୍ତ ହୋଇଥିବା ଫସଲର କ୍ଷୟକ୍ଷତି ଆକଳନ କରି ଜିଲ୍ଲା ପ୍ରଶାସନ ପକ୍ଷରୁ କ୍ଷତିଗସ୍ତ ଲୋକଙ୍କୁ ତୁରନ୍ତ କ୍ଷତିପୂରଣ ପ୍ରଦାନ କରାଯାଉ ବୋଲି ଶ୍ରୀ ମହାନ୍ତି ଦାବୀ କରିଛନ୍ତି ।
Comments
Post a Comment